Press "Enter" to skip to content

ଗଭୀର ଅବପାତରେ ପରିଣତ ହେଲା ଜୱାଦ। ପୁରୀ ଠାରୁ ରହିଛି ଏତିକି ଦୂରରେ। ପଡ଼ିବ ଏହିଭଳି ପ୍ରଭାବ।

ବାତ୍ୟା ଜୱାଦକୁ ନେଇ ବଡ଼ ସୂଚନା ଦେଲେ ପାଣିପାଗ ବିଭାଗ। ଜୱାଦ ଦୁର୍ବଳ ହେବାପରେ ବର୍ତ୍ତମାନ ଗଭୀର ଅବପାତରେ ପରିଣତ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଉପକୂଳ ମୁହାଁ ଜୱାଦ ଏବେ ପୁରୀଠାରୁ ୩୩୦ କିଲୋମିଟର ଦୂରରେ ରହିଛି। ସେହିପରି ଗୋପାଳପୁରଠାରୁ ୨୬୦ କିଲୋମିଟର ଓ ପାରାଦୀପଠାରୁ ୪୨୦ କିଲୋମିଟର ଦୂରରେ ରହିଛି ।

ବାତ୍ୟାର ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଥିବାବେଳେ ଆଗାମୀ କିଛି ସମୟ ଭିତରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପବନର ବେଗ ଆହୁରି କମିବ ଏବଂ ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବାତ୍ୟା ଜୱାଦ ରବିବାର ମଧ୍ୟାହ୍ନରେ ପୁରୀର ନିକଟବର୍ତ୍ତୀ ହେଲେ ମଧ୍ୟ ସ୍ଥଳଭାଗ ଛୁଇଁବା ସମ୍ଭାବନା କମ୍। ବାତ୍ୟା ଜୱାଦ ଓଡିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ମୁହାଁ ହେବ।

ସୂଚନା ମୁତାବକ, ଏହାର ପ୍ରଭାବରେ ଓଡିଶା ଉପକୂଳରେ ୬୦ରୁ ୭୦ କିଲୋମିଟର ପବନ ବହିବ। ପବନ କମ୍ ରହିଥିଲେ ମଧ୍ୟ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ତେଣୁ କଚ୍ଚା ଘରେ ନରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର। ସମୁଦ୍ରରେ ସ୍ୱାଭାବିକ ଠାରୁ ଦେଢ଼ ଫୁଟ ଅଧିକ ଉଚ୍ଚର ଜୁଆର ଉଠିବ ବୋଲି ସେ ସ୍ପଷ୍ଟ କରିଛନ୍ତି। ଚାଷୀ କୂଳର ଅଧିକ କ୍ଷତି ହେବାର ସମ୍ଭାବନା ଥିବାରୁ ୭ଦିନ ମଧ୍ୟରେ କ୍ଷୟକ୍ଷତିର ଆକଳନ କରାଯିବ ବୋଲି କହିଛନ୍ତି ଏସଆରସି।

ଆମେ ପ୍ରତିଦିନ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରାଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ର ଖବର ଆପଣଙ୍କ ପାଇଁ ନେଇ ଆସିବୁ । ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜ୍ କୁ ଲାଇକ କରନ୍ତୁ । ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ।

ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ। ଜୟ ଜଗନ୍ନାଥ । ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ। ଆପଣଙ୍କ ଭଲପାଇବା ଆମକୁ ବହୁତ ପ୍ରେରଣା ଦେବା ସହ ଏମିତି ଖବର ଯୋଗାଇଦେବାକୁ ଉତ୍ସାହିତ କରିବ।

More from BREAKING NEWSMore posts in BREAKING NEWS »
More from Weather updateMore posts in Weather update »

Be First to Comment

Leave a Reply

Your email address will not be published. Required fields are marked *