Press "Enter" to skip to content

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା 50000 Mission Shakti ଗୋଷ୍ଠୀ ସହାୟକ କର୍ମଚାରୀଙ୍କୁ ଦିଆଯିବ ଆର୍ଥିକ Package

ମିଶନ ଶକ୍ତିରେ ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆସିଲା ବଡ ଘୋଷଣା । ମିଶନ ଶକ୍ତିର କର୍ମଚାରୀଙ୍କୁ ମିଳିବ ଆର୍ଥିକ ପ୍ୟାକେଜ୍‌ । ଏହି ଘୋଷଣାଟି ହେଉଛି, ପଞ୍ଚାୟତସ୍ତରରେ କାମ କରୁଥିବା ୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କୁ ପୋଷାକ ଭତ୍ତା, ସ୍ମାର୍ଟ ଫୋନ୍‌ ଓ ଗସ୍ତ ଖର୍ଚ୍ଚ ମଧ୍ୟ ଦିଆଯିବ । ଏହି ଘୋଷଣା କରିଛନ୍ତି ଆମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦ ଟଙ୍କା ମିଳିବ ।

ସମସ୍ତଙ୍କୁ ଯୋଗାଇ ଦିଆଯିବ ପରିଚୟ ପତ୍ର । ସେମାନଙ୍କ ପସନ୍ଦର ସ୍ମାର୍ଟ ଫୋନ କିଣିବା ପାଇଁ ଗୋଷ୍ଠୀ ସହାୟକ କର୍ମଚାରୀଙ୍କୁ ଏକକାଳୀନ ୫୦୦୦ ଟଙ୍କା ସହାୟତା ଦେବେ ସରକାର । ସବୁ CRP- CMଙ୍କୁ ପାରିଶ୍ରମିକ ଭାବରେ ମାସିକ ୩୦୦୦ ଟଙ୍କା ପ୍ରଦାନ କରାଯିବ । ସବୁ CRP- CMଙ୍କୁ ଗସ୍ତ ଖର୍ଚ୍ଚ ବାବଦରେ ମାସିକ ପ୍ରଦାନ କରାଯିବ ୩୫୦ ଟଙ୍କା । ଟେଲିଫୋନ ଭତ୍ତା ବାବଦରେ CRP- CMଙ୍କୁ ମାସିକ ୧୫୦ ଟଙ୍କା ଦିଆଯିବ । ଯାହାଫଳରେ ଏହା ବୃଦ୍ଧି ପାଇ ୨୫୦ ଟଙ୍କାରେ ପହଞ୍ଚିବ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟ ସରକାର ଏହି ପ୍ୟାକେଜକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ଆବଶ୍ୟକ ଆର୍ଥିକ ବ୍ୟବସ୍ଥା ପ୍ରଦାନ କରିବେ । ପଞ୍ଚାୟତସ୍ତରରେ କାମ କରୁଥିବା ଏହି ଗୋଷ୍ଠୀ ସହାୟକ କର୍ମଚାରୀମାନଙ୍କର ମିଶନ ଶକ୍ତିକୁ ଆଗକୁ ନେବାପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ରୂପାନ୍ତରିତ ଓଡ଼ିଶା ଗଠନ ଦିଗରେ ଅଧିକ ପରିଶ୍ରମ କରିବାକୁ ଏହି ଆର୍ଥିକ ପ୍ୟାକେଜ୍‌ ସେମାନଙ୍କୁ ଉତ୍ସାହିତ ଏବଂ ସାହାଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆମେ ପ୍ରତିଦିନ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରାଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ର ଖବର ଆପଣଙ୍କ ପାଇଁ ନେଇ ଆସିବୁ । ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜ୍ କୁ ଲାଇକ କରନ୍ତୁ । ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ।

ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ। ଜୟ ଜଗନ୍ନାଥ । ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ। ଆପଣଙ୍କ ଭଲପାଇବା ଆମକୁ ବହୁତ ପ୍ରେରଣା ଦେବା ସହ ଏମିତି ଖବର ଯୋଗାଇଦେବାକୁ ଉତ୍ସାହିତ କରିବ।

More from ସ୍ପେଶାଲ ଖବରMore posts in ସ୍ପେଶାଲ ଖବର »

Be First to Comment

Leave a Reply

Your email address will not be published.