Press "Enter" to skip to content

Weather update ପାଣିପାଗ ବିଭାଗ ଦେଲେ ଏହି ସୂଚନା ଏହିଦିନ ପର୍ଯ୍ୟନ୍ତ ଲାଗିରହିବ ବର୍ଷା ଓ ବଢିବ ଶୀତ

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ଆଜିଠୁ ଆସନ୍ତାକାଲି ପୂର୍ବାହ୍ନ ପର୍ଯ୍ୟନ୍ତ ରାଜ୍ୟର ୧୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ସହ ଘଡଘଡି ଓ ବର୍ଷା ହୋଇପାରେ। ଗତକାଲି ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶାର ଅଧିକାଂଶ ସ୍ଥାନରେ ହାଲକାରୁ ମାଧ୍ୟମ ଧରଣର ବର୍ଷା ହୋଇଛି।

ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷା ଲାଗିରହିବ ବୋଲି କହିଛିି ପାଣିପାଗ କେନ୍ଦ୍ର। କାଲି ଅପରାହ୍ନରୁ ପାଗରେ ପରିବର୍ତ୍ତନ ହେବ। ପାରଦ ଧୀରେ ଧୀରେ ତଳକୁ ଖସିବ ଓ ଶୀତ ଫେରିବ। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଏବେ ମୁଖ୍ୟତଃ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାସହ କେଉଁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଆଦି ଜିଲ୍ଲାରେ ମଧ୍ୟ ବର୍ଷା ଲାଗିରହିଛି। ଗତକାଲି କଟକ ଜିଲ୍ଲାର ନରାଜ ଠାରେ ସର୍ବାଧିକ ୪୭ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା।

ଆସନ୍ତାକାଲି ଉତ୍ତର ଓଡ଼ିଶାର ପ୍ରାୟ ଅଞ୍ଚଳର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ରହିବାର ସମ୍ଭାବନା ରହିଛି। ବିଶେଷ ପାଗର ପ୍ରଭାବ ରହିବନାହିଁ। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ତେବେ ୧୬ ତାରିଖଠାରୁ ପାଗରେ ପରିବର୍ତ୍ତନ ଘଟିବ ଓ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। କିନ୍ତୁ ପରବର୍ତ୍ତୀ ସମୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବାର ସମ୍ଭାବନା ରହିଛି। ରାତ୍ରି ତାପମାତ୍ରା ସ୍ଵାଭାବିକ ହେବାର ସମ୍ଭାବନା ଅଛି।

ଆମେ ପ୍ରତିଦିନ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରାଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ର ଖବର ଆପଣଙ୍କ ପାଇଁ ନେଇ ଆସିବୁ । ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜ୍ କୁ ଲାଇକ କରନ୍ତୁ । ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ।

ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ। ଜୟ ଜଗନ୍ନାଥ । ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ। ଆପଣଙ୍କ ଭଲପାଇବା ଆମକୁ ବହୁତ ପ୍ରେରଣା ଦେବା ସହ ଏମିତି ଖବର ଯୋଗାଇଦେବାକୁ ଉତ୍ସାହିତ କରିବ।

Be First to Comment

Leave a Reply

Your email address will not be published.